ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଶିକ୍ଷକ ଅଟକ
ନବରଙ୍ଗପୁର : ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଦୁଷ୍କର୍ମ। ଏପରି ଲଜ୍ଜାଜଣକ ଘଟଣା ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ କୁନ୍ଦେଇ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପ୍ରଧାନଶିକ୍ଷକଙ୍କ ସମେତ ଦୁଇ ଶିକ୍ଷକଙ୍କୁ ଥାନାରେ ଅଟକ ରଖାଯାଇଛି।
ଖବର ଅନୁଯାୟୀ ଗତ ୭ ତାରିଖ ଦିନ ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଓ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ସଂପୃକ୍ତ ଛାତ୍ରୀଙ୍କ ବାପା କୁନ୍ଦେଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ଛାତ୍ରୀଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ବେଳେ ଦୁଇ ଶିକ୍ଷକଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରା ଉଚରା କରିଥିବା ଜଣାପଡିଛି।