ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ଵର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ଭାରତ କିମ୍ବା ଓଡ଼ିଶା ଉପକୂଳ ସ୍ପର୍ଶ କରିବ ନାହିଁ। ପାଣିପାଗ ବିଶେଷଜ୍ଞମାନଙ୍କ ପୂର୍ବାନୁମାନ ଏହାହିଁ ସୂଚିତ କରୁଛି। ତେଣୁ ଓଡ଼ିଶାର ମତ୍ସଜୀବୀମାନଙ୍କୁ କୌଣସି ବାରଣ କରାଯାଇନାହିଁ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଏକ ଅବପାତ ଏବଂ ୧୦ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟାର ରୂପ ନେବ। ବାତ୍ୟା ସୃଷ୍ଟି ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ। ୧୧ ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରିବ ସହିତ ଧୀରେ ଧୀରେ ଦିଗ ପରିବର୍ତ୍ତନ କରିବ। ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଂଲାଦେଶ ଓ ମିଆଁମାର୍‌ ଉପକୂଳମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button