ଟ୍ରେନ ଦୁର୍ଘଟଣାରେ ରାଷ୍ଟ୍ରପତିଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ : ଓଡ଼ିଶାର ବାଲେଶ୍ଵର ଜଲ୍ଲା ବାହାନଗା ନିକଟରେ ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହିତ ବିପରୀତ ଦିଗରୁ ଆସୁଥିବା ବାଙ୍ଗାଲୋର-ହାୱାଡା ଏକ୍ସପ୍ରେସ ମୁହାଁମୁହିଁ ଧକ୍କାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଉକ୍ତ ଘଟଣା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ।

janatakhabar.in

ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ଓଡ଼ିଶାର ବାଲେଶ୍ଵର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ରାତିରେ ହାୱାଡାରୁ ଆସୁଥିବା ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ଓ ବାଙ୍ଗାଲୋର ହାୱାଡା ଏକ୍ସପ୍ରେସର ଧକ୍କା ହୋଇଛି। ଏହି ଧକ୍କାରେ ଅନେକ ମୃତାହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଘଟଣା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଆହତଙ୍କୁ ଯଥାସମ୍ଭବ ସହାୟତା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

janatakhabar.in

ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ଶୋକ ପ୍ରକାଶ
ଓଡ଼ିଶାର ବାଲେଶ୍ଵର ଜଲ୍ଲା ବାହାନଗା ନିକଟରେ ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହିତ ବିପରୀତ ଦିଗରୁ ଆସୁଥିବା ବାଙ୍ଗାଲୋର-ହାୱାଡା ଏକ୍ସପ୍ରେସ ମୁହାଁମୁହିଁ ଧକ୍କାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଉକ୍ତ ଘଟଣା ପରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଟୁଇଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋ‌ଷଣା କରାଯାଇଛି। ସେ କହିଛନ୍ତି ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆବଶ୍ୟକ ପଡିଲେ ବାୟୁସେନାକୁ ନି‌ୟୋଜିତ କରାଯିବ।

Leave a Reply

Your email address will not be published. Required fields are marked *

Back to top button